logo
add image
ବିଷମକଟକ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ବିଷମକଟକ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ବିଷମକଟକ/ରାୟଗଡା/:୨୨/୦୯/୨୦୨୫/(ଆଧାର ମିଡ଼ିଆ)-ବିଷମକଟକ ବ୍ଲକ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲିପ,ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ।ଆଜି ମୋଟ ୭୮ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ,ସେଥିରୁ ୬୩ଟି ବ୍ୟକ୍ତିଗତ୦୭ଟି ସାମୁହିକ ଦରଖାସ୍ତ ଓ ୦୮ଟି ସ୍ୱାସ୍ତ୍ୟଗତ ଦରଖାସ୍ତ ପଞ୍ଜିକରଣ ହୋଇଥିଲା ।
ମୋଟ ଆଠଜଣଙ୍କୁ ଜିଲ୍ଲାପାଳ ୭୫୦୦୦ଟଙ୍କାର ରେଡ଼କ୍ରସ ସହାୟତା ରାଶି ପ୍ରଦାନ କରିଥିଲେ ।ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତକରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାୟକ,ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅବକାରୀ ନିରୀକ୍ଷକ,ଲିଡ଼ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।  ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବିର ପରିଚାଳନା କରିଥିଲେ ।ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ତହସିଲ କାର୍ଯ୍ୟାଳୟ ଯାଇ ସମୀକ୍ଷା କରିଥିଲେ ଓ ଉପ ଜିଲ୍ଲାପାଳ,ଗୁଣପୁରଙ୍କୁ ମଧ୍ୟ ବିଭିନ୍ନ ତହସିଲ ଯାଇ ସମୀକ୍ଷା କରିବା ନିମନ୍ତେ ପରାମର୍ଶ ଦେଇଥିଲେ ।

Recent Comments

Leave Comments

Top