logo
add image
୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

ପୁରୀ/୨୪/୧୧/୨୦୨୫(ଆଧାର ମିଡ଼ିଆ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ପୁରୀ ଜିଲ୍ଲାରୁ ଆଜି ଅପରାହ୍ନରେ ୧୨୭ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ସେମାନେ ଆଜି ଭୁବନେଶ୍ୱରରେ ରହିବେ ଓ ଆସନ୍ତାକାଲି ଓମକାରେଶ୍ବର ଓ ଉଜୟିନୀ ଅଭିମୁଖେ ସ୍ବତନ୍ତ୍ର ଟ୍ରେନରେ ଯାତ୍ରା କରିବେ।ଏହି ବରିଷ୍ଠ ନାଗରିକ ମାନେ ଓମକାରେଶ୍ବର ଓ ଉଜୟିନୀ ପରିଭ୍ରମଣ କରିବା ସହ ଚଳିତ ମାସ ୩୦ ତାରିଖରେ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।ବରିଷ୍ଠ ନାଗରିକ ମାନଙ୍କୁ ସହଯୋଗ ପାଇଁ ୪ଜଣ ସହକାରୀ ମଧ୍ୟ ସାଥିରେ ଯାଇଛନ୍ତି।ପୂର୍ବାହ୍ନରେ ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ଯାତ୍ରାର ଶୁଭ କାମନା କରିଥିଲେ।ଅତିଥି ମାନେ ନଡ଼ିଆ ବାଡେଇ ଯାତ୍ରା ର ସଫଳତା କାମନା କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ କାର୍ଯ୍ଯାଳୟ କର୍ମଚାରୀ ପ୍ରମୁଖ ତୀର୍ଥଯାତ୍ରୀ ଙ୍କୁ ସହଯୋଗ ପ୍ରଦାନ କରିଥିଲେ।ନିଜ ନିଜର ଦାୟିତ୍ୱ ଓ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ସହ ସହାୟତା ପାଇଁ ଯାଇଥିବା କର୍ମଚାରୀ ମାନଙ୍କ ସୂଚନା ଅନୁସାରେ ପରିଭ୍ରମଣ କରିବାକୁ ତୀର୍ଥଯାତ୍ରୀ ଙ୍କୁ ଅନୁରୋଧ କରାଯାଇଥିଲା।
 

Recent Comments

Leave Comments

Top