logo
add image
ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପୁରୀ/୨୨/୧୨/୨୦୨୫/(ଆଧାର ମିଡ଼ିଆ )- ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ଡେଲାଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତଚନ୍ଦ୍ର ବେହରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୬୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୫୭ ଗୋଟି ବ୍ୟକ୍ତିଗତ,୮ ଗୋଟି ଗ୍ରାମ ସମ୍ବନ୍ଧୀୟ ଅଭିଯୋଗ ରହିଥିଲା।ତତ କ୍ଷଣାତ ୭ଗୋଟି ଅଭିଯୋଗର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀରେ ଉପ ଜିଲ୍ଲାପାଳ ରାଜକିଶୋର ଜେନା, ଅତିରିକ୍ତ ଏସପି ସଚିନ ପଟେଲ, ବିଡ଼ିଓ କ୍ଷିତିଶ କୁମାର ବେହେରା ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୯ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ।

Recent Comments

Leave Comments

Top