ବଲାଙ୍ଗିର/୨୨/୧୨/୨୯୨୫/(ଆଧାର ମିଡ଼ିଆ)-ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପୁଇଁନ୍ତଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର,ଉପ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକଙ୍କୁ ସମୁଦାୟ ୨୬ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୨୧ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୫ ଗୋଟି ସାମୁହିକ ଅଭିଯୋଗ ଥିଲା ।ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୩ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକିଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗିର ଉପ ଜିଲ୍ଲାପାଳ, ଆଲୋକ କୁମାର ପଟେଲ ତଥା ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।
Recent Comments