ବାଲିଗୁଡା/୦୭/୦୧/୨୦୨୬/(ଆଧାର ମିଡ଼ିଆ-ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନନିମନ୍ତେ ଏକ ପ୍ରସ୍ତୁତିବୈଠକ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ଥାନୀୟ ତହସିଲଦାର ଦୀପ୍ତିପ୍ରକାଶ ବେହେରା,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ପୂର୍ବବର୍ଷଭଳି ଚଳିତବର୍ଷ ମଧ୍ୟ ଉକ୍ତଦିନ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗଦ୍ଵାରା ସମଗ୍ର ସହରରେ ରାମଧୁନ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ୭ଘଣ୍ଟାରେ ପତାକା ଉତୋଳନ କରିବେ । ସକାଳ ଘ ୮.୩୦ ମିନିଟରେ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ୍ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ ।ପ୍ୟାରେଡ୍ ଅଭ୍ୟାସ ନିମନ୍ତେ ୨୨, ୨୩ ଓ ୨୪ ତାରିଖ ତିନିଦିନ ଧରି ଅଭ୍ୟାସ କରାଯିବା ନିମନ୍ତେ ସ୍ଥିର କରାଯାଇଛି । ୨୫ତାରିଖ ଦିନ ଏକ ମିନିମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯିବ l ଏଥି ନିମନ୍ତେ ଓଡ଼ିଆ ରଚନା ପ୍ରତିଯୋଗିତା,ଚିତ୍ରାଙ୍କନ ପ୍ରତିଯୋଗିତା,ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଭଳି ବିଭିନ୍ନ ପ୍ରତିଯୋଗିତା ଗୁଡିକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ହେବାସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ବିଭିନ୍ନ ବିଭାଗର ଅଧିକାରୀ ଓ ବ୍ୟକ୍ତି ବିଶେଷଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି l ଏଥିରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଶିବଶଙ୍କର ସମରଥ,କର୍ମଚାରୀ ଅଭିମନ୍ୟୁ ପ୍ରଧାନ,ଶିକ୍ଷକ ତୀର୍ଥବାସୀ ଘଡାଇ,ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତରହି ପରିଚାଳନାରେ ସହଯୋଗ କରିଥିଲେ ।
Recent Comments