logo
add image
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ମତଦାତାଙ୍କ ଶପଥ ପାଠ ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ମତଦାତାଙ୍କ ଶପଥ ପାଠ ।

ସୁବର୍ଣ୍ଣପୁର/୨୨/୦୧/୨୦୨୬/(ଆଧାର ମିଡ଼ିଆ)-ଆଜି ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ଦ୍ଵାରା ଆଗାମୀ ତା ୨୫.୦୧.୨୦୨୬ ଦିନ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ମତଦାତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ମତଦାତା ଶପଥ ପାଠ କରାଯାଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ସୁବର୍ଣ୍ଣପୁର ଶ୍ରୀ ରାଜେନ୍ଦ୍ର ମାଝୀ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳିନା ପ୍ରଧାନ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀଙ୍କ ସମେତ ଜିଲ୍ଲା ନିର୍ବାଚନ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତି ଯଶ୍ୱସିନି ପ୍ରୁଥାଲ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ଅର୍ଜୁନ ମାଝୀ ଉପସ୍ଥିତ ଥିଲେ।

Recent Comments

Leave Comments

Top