ବାଲିଗୁଡା/୨୭/୦୧/୨୦୨୬/:(ଆଧାର ମିଡ଼ିଆ-ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣିରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ,ଆରକ୍ଷୀ ଅଧିକ୍ଷକ ହରିଶ ବିସି, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧୁକାରୀ ଶମ୍ଭୁ ନାଥ ନନ୍ଦୀ, ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋସଲେ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ା ସନ୍ତୋଷ କୁମାର ପାଢ଼ୀ ପ୍ରମୁଖ ମଞ୍ଚାସିନ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରି ସମାଧାନ କରିଥିଲେ | ଏହି ଅଭିଯୋଗ ଶୁଣାଣିରେ ବାଲିଗୁଡା ପ୍ରକଳ୍ପ ପ୍ରଶାସକ ଆଇଟିଡିଏ କୃପାସିନ୍ଧୁ ବେହେରା, ସମେତ ଜିଲ୍ଲା ଓ ଉପଖଣ୍ଡ ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ଏଥିରେ ରାସ୍ତାଘାଟ, ଆବାସ,ମୋବାଇଲ ଟାୱାର,ଭତ୍ତା, ଜମିବାଡ଼ି ସମସ୍ୟା ସମେତ ବିଭିନ୍ନ ମୌଳିକ ସମସ୍ୟା ସମ୍ପର୍କରେ ଅଭିଯୋଗ ଆସିଥିଲା |
Recent Comments