logo
add image
ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି 

ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି 

ସୁବର୍ଣ୍ଣପୁର/୦୨/୦୨/୨୦୨୬/(ଆଧାର ମିଡ଼ିଆ)- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଡ଼ ନୃପରାଜ ସାହୁ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ଶ୍ରୀ କେ.କେ.ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୨୭( ସତେଇଶ୍) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୯ ( ଉଣେଇଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୮( ଆଠ) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା।୦୩ (ତିନି) ଦରଖାସ୍ତ ତୁରନ୍ତ ଅଭିଯୋଗ ଶୁଣାଣି  ସମୟରେ ଫଏସଲା ହୋଇଥିଲା। ଅବଶିଷ୍ଟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୋନପୁର,  ଶ୍ରୀ ପ୍ରତୀକ କୁମାର କର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା  ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟରୂପା ତଥା,ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ  ସମେତ  ତହସିଲଦାର, ସୋନପୁର, ଶ୍ରୀମତି ସ୍ଵର୍ଣ୍ଣରେଖା ଜି, ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

Recent Comments

Leave Comments

Top