logo
add image
ବିନିକା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର 

ବିନିକା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର 

ସୁବର୍ଣ୍ଣପୁର/୦୯/୦୨/୨୦୨୬/(ଆଧାର ମିଡ଼ିଆ)-ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ବାଙ୍କିଘିର୍ଦି ଗ୍ରାମ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଡ଼ ନୃପରାଜ ସାହୁ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ କେ.କେ ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୪୪( ଏକ ଶହ ଚଉରାଲିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୩୩ (ଏକ ଶହ ତେତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୧ ( ଏଗାର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। 
ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବାପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା,ଶ୍ରୀ ଶରତ କୁମାର ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ,ସାଧାରଣ, ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳିନା ପ୍ରଧାନ,ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ,ସୁବର୍ଣ୍ଣପୁର,ଶ୍ରୀ ଅଶ୍ୱିନୀ କୁମାର ମେହେର,
ଉପଜିଲ୍ଲାପାଳ,ସୋନପୁର ଡ଼ ସୌମ୍ୟରୂପା ରଥ,ଡେପୁଟି କଲେକ୍ଟର,ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ  ସମେତ ତହସିଲଦାର ସୁଶ୍ରୀ ରସନା ଭୋଇ,ଊପାଧକ୍ଷ,ବିନିକା ପଞ୍ଚାୟତ ସମିତି,ସରପଞ୍ଚ,ବାଙ୍କିଘିର୍ଡି ଗ୍ରାମପଞ୍ଚାୟତ  ଶ୍ରୀମତି ସଂଗୀତା ବେହେରା ତଥା ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ,ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

Recent Comments

Leave Comments

Top