ସୁବର୍ଣ୍ଣପୁର/୧୬/୦୨/୨୦୨୬/(ଆଧାର ମିଡ଼ିଆ)-ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ,ଶ୍ରୀ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୭୭( ସତସ୍ତରି) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୬୦ ( ଷାଠିଏ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୭ (ସତର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା।
ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ଶ୍ରୀ ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର, ଡ ସୁରେନ୍ଦ୍ର କୁମାର ମେହେର ତଥା,ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ଉସମେତ ଅତିରିକ୍ତ ତହସିଲଦାର, ବୀରମହାରାଜପୁର, ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।
Recent Comments