logo
add image
ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ନୂଆପଡା/୦୩/୦୩/୨୦୨୬/(ଆଅଧର ମିଡ଼ିଆ-ସୁଜିତ କୁମାର ପ୍ରଧାନ)-ନୂଆପଡା ଜିଲ୍ଲା ସଦରମହକୁମା ସ୍ଥିତ ସଦ ଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି lଏହି ଶିବିର ରେ ଜିଲ୍ଲାପାଳଙ୍କ ସହ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ ଖାନ, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଣଜିତ୍ ନାୟକ,ଉପ ଜିଲ୍ଲାପାଳ ସୁର୍ମି ସୋରେନ୍,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ,ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l
ଆଜିର ଶିବିରରେ ୮୪ଗୋଟି ବ୍ୟକ୍ତିଗତ ଓ ୧୨ଟି ଗୋଷ୍ଠୀଗତ ଏଭଳି ମୋଟ ୯୬ ଗୋଟି ଅଭିଯୋଗର ଶୁଣାଣୀ ଜିଲ୍ଲା ପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ l ଏହି ଅବସରରେ, ଜିଲ୍ଲାପାଳ ସବିତା ଦିପ, ଦାଁଓଝୋଲାଙ୍କୁ ୧୦,୦୦୦ ଟଙ୍କା ଏବଂ ଗଜେନ୍ଦ୍ର ନାଏକ୍, ସିଂହଝରଙ୍କୁ ୫୦୦୦ ଟଙ୍କା ତତ୍କାଳିନ ସହାୟତା ରେଡକ୍ରସ୍ ପାଣ୍ଠିରୁ ପ୍ରଦାନ କରିଥିଲେ। ବିଡ଼ିଓ ରୋହି ତ ଭୋଇ,ତହସିଲଦାର ପ୍ରଣବ ପ୍ରକାଶ ସାହୁ,ଡେପୁଟୀ କଲେକ୍ଟର ଶେଖ୍ ନସିମ ଓ ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ,ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା l ଅପରାହ୍ନରେ କୁଲିହାବନ୍ଧା ଗ୍ରାମ ପଂଚାୟତରେ  ପରିବର୍ଦ୍ଧିତ ଜନଶୁଣାଣୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ  ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ,ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ,ପ୍ରାଣୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Recent Comments

Leave Comments

Top