logo
add image
ସେବତୀ ବେଶରେ ଦର୍ଶନଦେଲେ ମା 'ପାଟଖଣ୍ଡା

ସେବତୀ ବେଶରେ ଦର୍ଶନଦେଲେ ମା 'ପାଟଖଣ୍ଡା

ବାଲିଗୁଡା/୧୭/୦୩/୨୦୨୬/(ଆଧାର ମିଡ଼ିଆ-ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଚୈତ୍ର ମାସର ଦ୍ୱିତୀୟ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି  | ଏହି ଅବସରରେ ଦ୍ୱିତୀୟ ମଙ୍ଗଳବାରରେ ମା'ପାଟଖଣ୍ଡା ସେବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ ଆସି ମା 'ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା' ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା'ଙ୍କ ଏହି ସେବତୀ ଦୁର୍ଲଭ ବେଶକୁ ଦେଖିବା ପାଇଁ ପ୍ରତ୍ୟୁଷରୁ ରାତ୍ର ପର୍ଯ୍ୟନ୍ତ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନକରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା l ଏ ନେଇ ମନ୍ଦିର ପରିଚାଳନା କମିଟି ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

Recent Comments

Leave Comments

Top