logo
add image
 ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l 

 ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l 

ନୂଆପଡା/ ବୋଡ଼େନ/୨୩/୦୩/୨୦୨୬/(ଆଧାର ମିଡ଼ିଆ- ସୁଜିତ କୁମାର ପ୍ରଧାନ)-ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) କେ ମାଧବୀଲତା, ଆଇଏଫଏସ୍   ପ୍ରୋବେଶନର ଅର୍ଣ୍ଣବ ସାମନ୍ତରାୟ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ବୋଡ଼େନ ପଂଚାୟତ ସମିତି ଅଧ୍ୟକ୍ଷା ପ୍ରେମଶିଳା ନାଗ ପ୍ରମୁଖ ଉପସ୍ଥିତ ଥିଲେ l
ଶିବିରରେ ୪୦ଗୋଟି ବ୍ୟକ୍ତିଗତ ଓ ୨୨ଟି ଗୋଷ୍ଠିଗତ ଏଭଳି ମୋଟ ୬୨ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଖଇରଭାଡି ଗ୍ରାମର ଶ୍ରୀମତୀ ହିରେନ୍ଦ୍ରି ବାଗ ଓ ବିନାପୁର ଗ୍ରାମର ଶ୍ୟାମବନ୍ଧୁ ପାଣିଗ୍ରାହୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ବୋଡ଼େନ ତହସିଲଦାର ସରିତା ଗୁପ୍ତା, ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। 
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ଗୋଟିଏ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା । 
ଏହି ଅବସରରେ, ରୋକାଲ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛ ଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନ ଟିଏ, ପ୍ରାଣୀ ପାଇଁ ଦିନ ଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ  ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l
 

Recent Comments

Leave Comments

Top