ବୌଦ୍ଧ/୬/୪/୨୦୨୬/(ଆଧାର ମିଡ଼ିଆ)-ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠା ଦିବସ ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ର ଅଧ୍ୟକ୍ଷତାରେ ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ମହା ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ପ୍ରେମନନ୍ଦ ମିଶ୍ର ଦଳୀୟ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ସ୍ଥାପନା ଦିବସ ସମାରୋହରେ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଏବଂ କଣ୍ଟାମାଳ ବିଧାୟକ ତଥା ବୌଦ୍ଧ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀ କହ୍ନାଇ ଚରଣ ଡାଙ୍ଗ ଯୋଗଦେଇ ଦଳର ଆଦର୍ଶ ଓ ବିକାଶମୂଳକ କାର୍ଯ୍ୟଧାରା ସମ୍ପର୍କରେ ଆଲୋକପାତ କରିଥିଲେ ଏବଂ ଦଳୀୟ କର୍ମକର୍ତ୍ତାଙ୍କୁ ଜନସେବାରେ ନିଜକୁ ନିୟୋଜିତ କରିବାକୁ ଆହ୍ୱାନ ଦେଇଥିଲେ ।
ଜିଲ୍ଲା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ପାଣ୍ଡେ, ତପନ କୁମାର ଡାଙ୍ଗ, ପିନାକଧର ରଣା, ଦଳର ସମସ୍ତ ପୂର୍ବତନ ଜିଲ୍ଲା ସଭାପତି, ସମସ୍ତ ମୋର୍ଚ୍ଚା ସଭାପତି,ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଯୋଗାଦାନ କରି ବିଜେପିର ସଂଘର୍ଷମୟ ଇତିହାସ ଏବଂ ସାମ୍ପ୍ରତିକ ସଫଳତା ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଜିଲ୍ଲା ସମ୍ପାଦକ ରାଜକୁମାର ମେହେର ଏହି କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଉପସ୍ଥିତ ବକ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଓ ସବକା ସାଥ ସବକା ବିକାଶ ମନ୍ତ୍ରକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ସଂକଳ୍ପ ନେବାକୁ କହିଥିଲେ । ଶେଷରେ ଜିଲ୍ଲା ସାଧାରଣ ସମ୍ପାଦକ ପିନାକଧର ରଣା ସମସ୍ତଙ୍କୁ ସ୍ଥାପନା ଦିବସର ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।
Recent Comments