logo
add image
​ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ

​ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ "ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ"

ବଲାଙ୍ଗିର/୧୪/୦୪/୨୦୨୬/(ଆଧାର ମିଡ଼ିଆ-ଶରତ ମହାକୁରଙ୍କ ରିପୋର୍ଟ)-ଓଡ଼ିଆ ପକ୍ଷ ପାଳନ ଅବସରରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ବଲାଙ୍ଗିରରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରତାପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଗାଳ୍ପିକା  ଗାୟତ୍ରୀ ସରାଫ,ବ୍ୟଙ୍ଗକବି ରସରାଜ ଅଚ୍ୟୁତ ପୁରୋହିତ,ବିଶିଷ୍ଟ ସାହିତ୍ୟିକ ତୁଳସୀ ଜୈନ,ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଶ୍ୟାମ ଭୋଇ ଏବଂ ଏହି ସଭାର ସଂଯୋଜକ ତଥା ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଡ. ସୁଶାନ୍ତ କୁମାର ପଣ୍ଡା ଯୋଗଦେଇଥିଲେ । ଅତିଥିମାନେ ଓଡ଼ିଆ ଭାଷାର ପ୍ରାଚୀନତା ଠାରୁ ଆରମ୍ଭ କରି ବରପୁତ୍ରମାନଙ୍କ ଅମର ଗାଥା ସମ୍ପର୍କରେ ବର୍ଣ୍ଣନା କରିବା ସହ ଓଡ଼ିଶାର ସେହି ବରପୁତ୍ରମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ସଭା ଶେଷରେ ଗବେଷକ ଛାତ୍ର ସୋମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ,ଅଧ୍ୟାପିକା,ପ୍ରାଧ୍ୟାପକ,ପ୍ରାଧ୍ୟାପିକା ଯୋଗଦାନ କରି ସଭାକୁ ସାଫଲ୍ୟମଣ୍ଡିତ କରିଥିଲେ

Recent Comments

Leave Comments

Top