ସୁବର୍ଣ୍ଣପୁର/ (ଆଧାର ମିଡ଼ିଆ)
ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୧୦ ରୁ ୧୯ଅଗଷ୍ଟ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ l ଆଶା ଓ ଅଙ୍ଗନବାଡି କର୍ମୀମାନେ ଏହି ଦିନ ମାନଙ୍କରେ ଘରକୁ ଘର ଯାଇ ଫାଇଲେରିଆ ରୋଗ ଉପରେ ସଚେତନତା ସୃଷ୍ଟି କରିବା ସହ ବୟସ ଅନୁସାରେ ଫାଇଲେରିଆ ନିରାକରଣ ନିମନ୍ତେ ଉଦ୍ଧିଷ୍ଟ ଔଷଧ ଆଲବେଣ୍ଡାଜଲ, ଡି.ଇ.ସି ଓ ଆଇବରମେକଟିନ ଟ୍ୟାବଲେଟ ଖୁଆଇବେ l ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ଥିବା ଏବଂ ପେଟପୁରା ଖାଦ୍ୟ ଖାଇବା ପରେ ଔଷଧ ସେବନ କରିବା ନିମନ୍ତେ ବୈଠକରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ସୂଚନା ଦେବାସହ ବୈଠକର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ଏହି ଔଷଧ ୨ ବର୍ଷରୁ କମ ବୟସର ଶିଶୁ, ଗର୍ଭବତୀ ମହିଳା, କିମ୍ବା ଅତିଶୟ ଗୁରୁତର ରୋଗରେ ଶଯ୍ୟା ପୀଡିତଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କୁ ସେବନ କରାଯିବ l ଆମ ଜିଲ୍ଲାରେ ଗତବର୍ଷ ଫାଇଲେରିଆ ସର୍ବେକ୍ଷଣରେ ଜିଲ୍ଲାର ୬୯ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା. ମାତ୍ର ଗତବର୍ଷ ସାମୁହିକ ଔଷଧ ସେବନ ପରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ କମ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l କ୍ୟୁଲେକ୍ସ ମଶା ଏହି ରୋଗର ବାହକ ଥିବା ବେଳେ ସମସ୍ୟା ଏହା କି ଏହି ରୋଗ ସଂକ୍ରମଣ ହେବାର ଅନେକ ବର୍ଷ ପରେ ଯାଇ ହାଇଡ୍ରୋସିଲ ଓ ଗୋଦରଗୋଡ଼ ଆଦି ଲକ୍ଷଣ ରୂପରେ ପ୍ରକାଶ ପାଇଥାଏ l ବୈଠକରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତା କରି ଏହି ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମକୁ ସଫଳ ଓ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନର ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେବାସହ କୌଣସି ଯୋଗ୍ୟ ବ୍ୟକ୍ତି ଯେପରି ବାଦ ନ ପଡ଼ନ୍ତି ସେଥିପ୍ରତି ବିଶେଷ ଯତ୍ନବାନ ହେବା ଏବଂ ସାମୁହିକ ଔଷଧ ସେବନର ନିର୍ଦ୍ଧାରିତ ୦୫ ବର୍ଷ ଅବଧି ମଧ୍ୟରେ ଜିଲ୍ଳାରୁ ଏହି ରୋଗର ମୁଳୋତ୍ପାଟନ ଉପରେ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଛନ୍ତିl ସେ ଆହୁରି କହିଛନ୍ତି କି ଜିଲ୍ଲାର ପ୍ରତ୍ୟେକ ବିଭାଗ ସମନ୍ୱୟ ପୂର୍ବକ କାର୍ଯ୍ୟକ୍ରମରେ ସାମିଲ ହେବାସହ ଜିଲ୍ଲାକୁ ଆଗାମୀ ଦିନରେ ଫ୍ୟାଲେରିଆ ମୁକ୍ତ କରିବାକୁ ଯତ୍ନବାନ ହେବାକୁ ଆହ୍ୱାନ କରିଛନ୍ତି l ଜିଲ୍ଲାର ସମସ୍ତ ଗ୍ରାମ ଓ ସହରାଞ୍ଚଳ ର ଜନବସତି ସମସ୍ତ ଯୋଗ୍ୟ ଲୋକଙ୍କୁ ଔଷଧ ସେବନ କରାଯିବ l କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଘରକୁ ଘର ଯାଇ ଔଷଧ ସେବନ କରିବା ନିମନ୍ତେ ୨୫୮୪ଜଣ ଔଷଧ ସେବନ କର୍ମୀ ନିୟୋଜିତ କରାଯାଇଛି.ପୁନଶ୍ଚ କାର୍ଯ୍ୟକୁ ସୁନିଶ୍ଚିତ ଓ ତଦାରଖ କରିବା ନିମନ୍ତେ ୨୬୩ଜଣ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l ଏଥି ନିମନ୍ତେ ସରକାରଙ୍କ ତରଫରୁ ଆବଶ୍ୟକ ଡି ଇ ସି ଟ୍ୟାବଲେଟ, ଆଲବେଣ୍ଡlଜଳ, ଆଇଭରମେକ୍ଟିନ ଟ୍ୟାବଲେଟ ଜିଲ୍ଲାକୁ ଆସିବାକୁ ଥିବା ବୈଠକରେ ସୂଚନା ଦିଆଯାଇଛି l କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ ଏବଂ ବ୍ୟବସ୍ଥିତ ସହ ସୁ ପରିଚାଳନା କରିବା ନିମନ୍ତେ ସେକ୍ଟର ଲେବେଲ ,ବ୍ଲକ ଲେବେଲ ଓ ମୁନିସିପାଲିଟି ଲେବେଲରେ ରେପିଡ ରେସପନ୍ସ ଟିମ ଗଠନ କରାଯାଇ ଦାଇତ୍ଵ ଦିଆଯିବା ଉପରେ ସୂଚନା ଦେଇଛନ୍ତି ବିଭାଗୀୟ ଅଧିକାରୀ l କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ କରିବା ନିମନ୍ତେ ବିଶ୍ୱସ୍ୱାସ୍ଥ୍ୟ ସଂଗଠନର ସଦସ୍ୟ ଡ଼ଃ ନିଶିଥ ଦାଶ ଏବଂ ରାଜ୍ୟ ଏଣ୍ଟମୋଳାଜିଷ୍ଟ ଶ୍ରୀ ଦିପ୍ତୀ ମହାପାତ୍ର ପ୍ରମୁଖ ଯୋଗଦାନ କରି ସ୍ୱାସ୍ଥ୍ୟ ସଂଗଠନ ସମସ୍ତ ପ୍ରକାର ସହଯୋଗର ହାତ ବଢ଼ାଇ ଥିବା ସୂଚନା ପ୍ରଦାନ କରି ଜିଲ୍ଲାରେ ଫେଲେରିଆର ସ୍ଥିତି, ଅବସ୍ଥିତି ଓ ତାର ନିରାକରଣ ନିମନ୍ତେ ନିଆଯିବାକୁ ଥିବା ବ୍ୟବସ୍ତା ସମ୍ପର୍କରେ ପାୱାର ପ୍ରେଜେଣ୍ଟେସନ ଦ୍ୱାରା ତଥ୍ୟ ଭିତ୍ତିକ ଆଲୋଚନା କରି ସମସ୍ତ ବିଭାଗର ସହଯୋଗ କାମନା କରିଥିଲେ l ଆଜିର ଏହି ପ୍ରଥମ ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତା କରିଥିଲେ, ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା , ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର ଅତିରିକ୍ତ ଜିଲ୍ଳା ଜନସ୍ୱାସ୍ଥ୍ୟ ଅଧିକାରୀ, ଭି ଭି ଡି ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଡିପିଏଚଓ, ଜିଲ୍ଲା ଟି ବି ଅଧିକାରୀ ପଦ୍ମହଂସ ଦୋରା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ଡି ପି ଏମ ଏନ ଏଚ ଏମ ଶ୍ରୀ ବିଶ୍ୱମ୍ବର ବେହେରା, ଭେକଟର ବାହିତ ରୋଗ ପରାମର୍ଶ ଦାତା ଶ୍ରୀ ଚନ୍ଦ୍ର ଶେଖର ମିଶ୍ର, ଯବ କୀମସନ ପଧାନ, ଜିଲ୍ଲା ସଂଯୋଜକ ଫ୍ୟାଲେରିଆ କାର୍ଯ୍ୟକ୍ରମ ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ସୁବର୍ଣ୍ଣପୁର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l
Recent Comments