ଦେବଗଡ଼ ୦୧/୧୦/୨୦୨୪(ଆଧାର ମିଡ଼ିଆ)ଜିଲ୍ଲା ପ୍ରଶାସନ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସ୍ଵଶସ୍ତୀ କରଣ ବିଭାଗ ପକ୍ଷରୁ ଟାଉନ ହଲ୍ ଠାରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ଵର ପାଣିଗ୍ରାହୀଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବିଲୁଙ୍ଗ ଆନ୍ତର୍ଜାତିୟ ବରିଷ୍ଠ ନାଗରିକ ଦିବସ ସମ୍ପର୍କରେ ଆଲୋକପାତ କରିଥିଲେ । ବରେଣ୍ୟ ଅତିଥି ଭାବେ ପୌରପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ସେକ୍ରେଟେରୀ ଡି.ଏଲ.ଏସ.ଏ ଅପୂର୍ବା ଚୈଧୁରୀ, ଡିଏସପି କୈଳାଶ ଚନ୍ଦ୍ର ବୁରୁଦା, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ବଂଶୀଧର ପାତ୍ର, ବରିଷ୍ଠ ନାଗରିକ ପ୍ରଫୁଲ୍ଲ କୁମାର ମହାପାତ୍ର ମଞ୍ଚାସୀନ ରହି ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଧିଷ୍ଟ ଥିବା ବିଭିନ୍ନ ଆଇନଗତ ସହାୟତା ଓ ସରକାରୀ ଯୋଜନା, ଆଇନ ସେବା ପ୍ରାଧିକରଣ ଓ ସ୍ଵାସ୍ଥ୍ୟ ଉପରେ ଆଲୋକପାତ କରିଥିଲେ । ପୂର୍ବରୁ ବରିଷ୍ଠ ନାଗରିକ ମାନଙ୍କର ସ୍ଵାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ସଭା ପରେ ପରେ କବି ମାନଙ୍କ ଦ୍ଵାରା କବିତା ଆବୃତ୍ତି ଓ ନୃତ୍ୟ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ସଂଖ୍ୟାରେ ବରିଷ୍ଠ ନାଗରିକ ଯୋଗଦେଇଥିଲେ । ସଭା କାର୍ଯ୍ୟ ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଶେଷରେ ବାରକୋଟ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ -ପ୍ରତାପ କିଶୋର ନାୟକ, ଦେବଗଡ
Recent Comments