logo
add image
ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪  ପାଳନ ଉପଲକ୍ଷେ ସଚେତନତା ସଭା ଅନୁଷ୍ଠିତ ।

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪ ପାଳନ ଉପଲକ୍ଷେ ସଚେତନତା ସଭା ଅନୁଷ୍ଠିତ ।

ବଲାଙ୍ଗିର,୦୩/୧୧/୨୦୨୪(ଆଧାର ମିଡ଼ିଆ)ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪  ଅକ୍ଟୋବର 28 ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର 3 ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି।ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ  ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ସ୍ଥାନୀୟ ପତିତ ପାବନ ଏକାଡେମି ହଲ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ଡେପୁଟି କଲେକ୍ଟର  ମମତା ମେହେର  ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନସାଧାରଣ ନିଜର ଦାୟିତ୍ଵ ,କର୍ତ୍ତବ୍ୟ ଓ ଅଧିକାର ପ୍ରତି ସଚେତନ ହେଲେ ଦୁର୍ନୀତି କୁ ରୋକାଯାଇ ପାରିବ ଏବଂ ପ୍ରତ୍ୟେକ ସ୍ତରରେ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ଵାରୋପ କରିଥିଲେ।ସେହିପରି  ସମାଜରୁ ଦୁର୍ନୀତି ରୋକିବାକୁ ହେଲେ ବ୍ୟାପକ ଜନସଚେତନତା ସହ ମାନସିକତା ରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ। ଡ଼ି.ଏସ.ପି ଭିଜିଲାନ୍ସ ,ବଲାଙ୍ଗିର ପୁଲସ୍ତି ଛତ୍ରିଆ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଦୁର୍ନୀତି ନିବାରଣ ସକାଶେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।ସୂଚନା ଯୋଗ୍ୟ ଯେ ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିର ଶାଖା ରାଜ୍ୟ ସ୍ତରରେ ଶ୍ରେଷ୍ଠ ବିବେଚିତ ହୋଇ  ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪  ରାଜ୍ୟ ସ୍ତରୀୟ ସମାରୋହରେ ପୁରସ୍କୃତ ହୋଇଛି।ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୪ ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ଏହି ପ୍ରତିଯୋଗିତା ପ୍ରଥମେ ବ୍ଲକ ଓ ମ୍ୟୁନିସିପାଲିଟି ତଥା ଏନ.ଏ.ସି ସ୍ତରରେ କରାଯାଇ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେଇଥିଲେ।ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ସଚେତନତା ସଭା ରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ରୂପେ ଡ଼ ପ୍ରେମଚାନ୍ଦ ମହାନ୍ତି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ନିଜ ମତବ୍ୟ ରଖିଥିଲେ ।ପତିତ ପାବନ ଏକାଡେମି ର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ନାଗରିକ କମିଟି,ବରିଷ୍ଠ ନାଗରିକ ଫୋରମ ର କର୍ମକର୍ତ୍ତା,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ,ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ସରକାରୀ ଅଧିକାରୀ ଙ୍କ ସମେତ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ର କର୍ମଚାରୀ ମାନେ ଯୋଗଦେଇଥିଲେ ।

Recent Comments

Leave Comments

Top