logo
add image
ରାଜସୁନାଖଳା ମହୋତ୍ସବ କାଉଁରୀ ପାଇଁ ସାମ୍ବାଦିକ ସମ୍ମିଳନୀ।ଡିସେମ୍ବର ୮ ରୁ ୧୨ ରାଜସୁନାଖଳା ମହୋତ୍ସବ।

ରାଜସୁନାଖଳା ମହୋତ୍ସବ କାଉଁରୀ ପାଇଁ ସାମ୍ବାଦିକ ସମ୍ମିଳନୀ।ଡିସେମ୍ବର ୮ ରୁ ୧୨ ରାଜସୁନାଖଳା ମହୋତ୍ସବ।

ଖୋର୍ଦ୍ଧା,୨୪/୧୧/୨୦୨୪(ଆଧାର ମିଡ଼ିଆ//ରିପୋର୍ଟ -ପ୍ରସନ୍ନ କୁମାର ସ୍ବାଇଁ)ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ କାଉଁରୀ ୨୦୨୪ ପାଇଁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ରାଜସୁନାଖଳା ମହୋତ୍ସବ କମିଟି ସଭାପତି ତଥା ରାଜସୁନାଖଳା ଗ୍ରାମ ପଞ୍ଚାୟତର ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ ଏବଂ ସମ୍ପାଦକ ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ସାମ୍ବାଦିକ ସମ୍ମିଳନୀ ପରିଚାଳନା କରିଥିଲେ।ରାଜ୍ୟର ଏକ ପ୍ରମୁଖ ମହୋତ୍ସବ ଭାବେ ରାଜସୁନାଖଳା ମହୋତ୍ସବ ଦୀର୍ଘ ୫ ବର୍ଷ ଧରି ସଫଳତାର ସହ ଅନୁଷ୍ଠିତ ହେଇଆସୁଛି।ଚଳିତ ବର୍ଷ ଷଷ୍ଠ ବର୍ଷରେ ପଦାର୍ପଣ ପୁର୍ବରୁ ରାଜସୁନାଖଳା ମହୋତ୍ସବ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି।ଚଳିତ ବର୍ଷର ମହୋତ୍ସବ କିଭଳି ଅଧିକ ଆକର୍ଷଣୀୟ ହୋଇପାରିବ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି l ବିଶେଷ କରି ଅନ୍ୟ ରାଜ୍ୟର ଲୋକକଳା ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ସାଜିବ।ସ୍ଥାନୀୟ କଳା,ସାହିତ୍ୟ,ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ଆସନ୍ତା ଡିସେମ୍ବର ୮ ରୁ ୧୨ ତାରିଖ ପର୍ଯ୍ୟନ୍ତ ସିଟି ସ୍କୁଲ ପଡ଼ିଆରେ ନିଆରା ରୂପରେ ଆୟୋଜନ ପାଇଁ କମିଟି ପକ୍ଷରୁ ପ୍ରସ୍ତୁତି ଚାଲିଛି।ରାଜସୁନାଖଳା ମହୋତ୍ସବକୁ କେନ୍ଦ୍ର ଓ ରାଜ୍ୟ ସରକାର ସହାୟତା ପ୍ରଦାନ କରୁଥିବା ବେଳେ ଜିଲ୍ଲା ପ୍ରଶାସନର ସମ୍ପୂର୍ଣ୍ଣ ସହଯୋଗ ରହିଆସିଛି।ଆଞ୍ଚଳିକ,ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତିଷ୍ଠିତ କଳାକାର ମାନେ କିଭଳି ରାଜସୁନାଖଳା ମଞ୍ଚରେ କଳା ପ୍ରଦର୍ଶନ କରିବେ ସେଥିପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତି ଆରମ୍ଭ ହୋଇସାରିଛି।ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଅଞ୍ଚଳର ପ୍ରତିଭାବାନ କଳାକାରଙ୍କୁ ଚୟନ ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଛି।ମହୋତ୍ସବ ପୁର୍ବରୁ ସମସ୍ତ ପ୍ରତିଯୋଗିତା ସରିବା ପରେ କୃତିତ୍ୱଧାରୀଙ୍କୁ ରାଜସୁନାଖଳା ମହୋତ୍ସବ ମଞ୍ଚରେ ପୁରସ୍କୃତ କରାଯିବ ବୋଲି କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି।ମୀନା ବଜାର, ରାମ ଦୋଳି ସାଙ୍ଗକୁ ଅଧିକ ଷ୍ଟଲ ଲଗାଇବାକୁ ଗୁରୁତ୍ୱ ଦିଆଯାଇଛି lସ୍ୱୟଂସହାୟକ ଗୋଷ୍ଠୀର ମହିଳା ମାନଙ୍କ ବ୍ୟବସାୟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି।ପ୍ରତିଦିନ ମହୋତ୍ସବ ସନ୍ଧ୍ୟାରେ ପ୍ରତିଷ୍ଠିତ ରାଜନେତା,ମନ୍ତ୍ରୀ,ପ୍ରଶାସକ,ସାମ୍ବାଦିକ ଓ ସାହିତ୍ୟିକ ଆଦିଙ୍କୁ ନେଇ ସାଧାରଣ ସଭା ଅନୁଷ୍ଠିତ ହେବ।ମା' କାଉଁରୀଙ୍କ ଠାରୁ ଏକ ମଶାଲ ଶୋଭାଯାତ୍ରା ଆସିବା ପରେ ମହୋତ୍ସବ ଆରମ୍ଭ ହେବ।ଏହି ବୈଠକରେ ମହୋତ୍ସବ କମିଟିର ଉପଦେଷ୍ଟା ବିଶ୍ୱନାଥ ବରାଡ଼,କୈଳାସ ଚନ୍ଦ୍ର ସାହୁ,ଉପସଭାପତି ପ୍ରସନ୍ନ କୁମାର ପ୍ରଧାନ, ସହ ସମ୍ପାଦକ ମନୋଜ କୁମାର ମହାପାତ୍ର ,ପରିଚାଳନା କମିଟିର ସିଲୁ କାଳସୀ,ଜିତେନ୍ଦ୍ର ମହାପାତ୍ର, ନିରଞ୍ଜନ ପ୍ରଧାନ,ମିଡ଼ିଆ ସଂଯୋଗକ ରାକେଶ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ l
 

Recent Comments

Leave Comments

Top