ବୌଦ୍ଧ/୨୫ା୧୨/ (ଆଧାର ମିଡ଼ିଆ ) ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ବୌଦ୍ଧଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବିଜେପି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସମସ୍ତ ୪୧୫ ଗୋଟି ବୁଥ ୧୦ ଗୋଟି ମଣ୍ଡଳ ଓ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ସ୍ଥାନୀୟ ବିଧାୟକ ତଥା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ରକ୍ତଦାନ ଶିବିରକୁ ଉଦ୍ଘାଟନ କରିଥିଲେ । ରକ୍ତଦାନ ଏକ ମହତ୍ ଦାନ ବୌଦ୍ଧ ବିଜେପିର କର୍ମକର୍ତ୍ତା ଦେବାଶିଷ ପୁରୋହିତ ୧୧୨ ଥର ରକ୍ତ ଦାନକରି ଜିଲ୍ଲାରେ ଇତିହାସ ସୃଷ୍ଟି କରିଥିବାରୁ ତାଙ୍କୁ ଉପସ୍ଥିତ ଅତିଥି ବୃନ୍ଦ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ଜିଲ୍ଲା ବିଜେପି ପକ୍ଷରୁ ପଦଯାତ୍ରା, କବିତା ପଠନ,ସ୍ମୃତିସଭା, ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଙ୍କ ସମେତ କଣ୍ଟାମାଳ ବିଧାୟକ କହ୍ନାଁଇ ଚରଣ ଡାଙ୍ଗ,କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ,ବୌଦ୍ଧ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ପ୍ରମୁଖ ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ।
Recent Comments