logo
add image
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଦେବଗଡ଼/୩୦/୧୨/୨୦୨୪/(ଆଧାର ମିଡିଆ//ରିପୋର୍ଟ-ପ୍ରତାପ କିଶୋର ନାୟକ।) ଦେବଗଡ ଜିଲ୍ଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମପଂଚାୟତ ସମ୍ମିଳନୀ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୪୪ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୨୮ଟି ବ୍ୟକ୍ତିଗତ ଏବଂ ୧୬ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ଶିକ୍ଷକ ନିଯୁକ୍ତି, ପାନୀୟ ଜଳ, ବିଦ୍ୟୁତ ସମସ୍ୟା,୦.୦୪ ଜମିର ପଟ୍ଟା, ଉଜ୍ବଳା ଗ୍ୟାସ ଓ ସୁଭଦ୍ରା ଯୋଜନା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ କୁମାର ଚପରଦାର, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାରକୋଟ ସ୍ମୃତି ରଞ୍ଜନ ସାହୁ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର, ତହସିଲଦାର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Recent Comments

Leave Comments

Top