ଦେବଗଡ଼/୦୬/୦୧/୨୦୨୫/ (ଆଧାର ମିଡିଆ//ରିପୋର୍ଟ-ପ୍ରତାପ କିଶୋର ନାୟକ)-ଦେବଗଡ ଜ଼ିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୧୯ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୪ଟି ବ୍ୟକ୍ତିଗତ ଏବଂ ୫ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ଜମିବାଡ଼ି ବିବାଦ, ନୂତନ ରାସନ କାର୍ଡ, ମେଡିକାଲ ଟ୍ରିଟମେଣ୍ଟ, ଜାତୀୟ ରାଜପଥ ବଣିଆକିଲିଣ୍ଡା ଠାରେ ୟୁ ଟଣ ନିର୍ମାଣ ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଅତିରିକ୍ତ ଜ଼ିଲ୍ଲାପାଳ ରେବେକା ବିଲୁଙ୍ଗ,ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ,ତହସିଲଦାର କର୍ଣ୍ଣ ମଲ୍ଲିକ,ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
Recent Comments