ଦେବଗଡ଼/୧୩/୦୧/୨୦୨୫/ (ଆଧାର ମିଡିଆ//ରିପୋର୍ଟ-ପ୍ରତାପ କିଶୋର ନାୟକ)-ଦେବଗଡ ଜିଲ୍ଲା ରିଆମାଳ ବ୍ଲକ୍ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ଆସିଥିବା ୧୮ଟି ଅଭିଯୋଗ ଶୁଣାଣି କରି ଏହା ଉପରେ ଆବଶ୍ୟକୀୟ ପଦକ୍ଷେପ ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ ୧୪ଟି ବ୍ୟକ୍ତିଗତ ସମସ୍ୟା ଏବଂ ୦୪ ଟି ସାମୁହିକ ସମସ୍ୟା ରହିଥିଲା। ବିଦ୍ୟୁତ୍ ସମସ୍ୟା, ୦.୦୪ ଜମିର ପଟ୍ଟା,ପାନୀୟଜଳ, ବକେୟା ଅର୍ଥ ପୈଠ ଓ କେନାଲ ଜନସାଧାରଣ ମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଭିଯୋଗ ଗୁଡ଼ିକ ଶୁଣିବା ପରେ ଏଗୁଡ଼ିକ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ସାହୁ ସଂପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର,ଉପଜିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିଆମାଳ ଉଗ୍ରସେନ ଓରାମ,ଡେପୁଟୀ କଲେକ୍ଟର ଅଞ୍ଜୁନି କୁଜୁର ଓ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l
Recent Comments