logo
add image
ଶହୀଦ ଦିବସରେ ୨ ମିନିଟ ନୀରବତା ପାଳନ

ଶହୀଦ ଦିବସରେ ୨ ମିନିଟ ନୀରବତା ପାଳନ

ପୁରୀ/ ୩୦/୧/୨୦୨୫/( ଆଧାର ମିଡ଼ିଆ )-୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଘଟିଥିଲା।ଗାନ୍ଧିଜୀଙ୍କ ଅହିଂସା ମନ୍ତ୍ର ସମଗ୍ର ବିଶ୍ୱକୁ ଆନ୍ଦୋଳିତ କରିଥିଲା। ତାଙ୍କର ତ୍ୟାଗ, ସମୟାନୁବର୍ତ୍ତିତା ଓ ସତ୍ୟପ୍ରତି ନିଷ୍ଠା ସମସ୍ତଙ୍କୁ ସବୁଦିନ ପାଇଁ ଅନୁପ୍ରାଣିତ କରିଚାଲିଥିବ ବୋଲି ମତ ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶରତଚନ୍ଦ୍ର ବେହେରା।ପ୍ରତ୍ୟେକ ବର୍ଷ ଜାନୁଆରୀ ୩୦ ତାରିଖ ମହାତ୍ମାଗାନ୍ଧୀ ମହାପ୍ରୟାଣ ଦିବସକୁ ଶହୀଦ ଦିବସ ଭାବେ ପାଳନ କରାଯାଏ।
ଆଜି ଶହୀଦ ଦିବସ ଅବସରରେ ଦିବା ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନୀରବତା ଅବଲମ୍ବନ କରାଯାଇ ମହାତ୍ମାଗାନ୍ଧୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଦିବା ୧୧ ଘଟିକାରୁ ୧୧ ଘଟିକା ୦୨ ମିନିଟ ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀ ନୀରବ ରହି ମହାତ୍ମାଗାନ୍ଧୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେଵ ସାହୁ, ବିବେକାନନ୍ଦ ସାହୁ, ସହକାରୀ ଜିଲ୍ଲାପାଳ ତନ୍ମୟ ଦାସ, ପଞ୍ଚାନନ ପରିଜା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ କୁମାର ମହାରଣା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ,ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ରମ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।

Recent Comments

Leave Comments

Top