logo
add image
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଦେବଗଡ଼/୦୩/୦୨/୨୦୨୫/ (ଆଧାର ମିଡିଆ।)-ଜ଼ିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୧୨ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୦ ଟି ବ୍ୟକ୍ତିଗତ ଏବଂ ୦୨ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ଫ୍ୟାମିଲି ପେନସନ, ଘରବାଡି ପଟା, ପିଲାଙ୍କ ପାଠ ପଢା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Recent Comments

Leave Comments

Top