logo
add image
ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣିହାଁ/୧୯ /୦୨/୨୦୨୫/ (ଆଧାର ମିଡ଼ିଆ) ଅନୁଗୋଳ ଜିଲ୍ଲାପାଳ ଅବ୍ଦାଲ ମୁହମ୍ମଦ ଅଖତାରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଲକ କାର୍ଯ୍ୟାଳୟ ପବିତ୍ର ମୋହନ ସଭା ଗୃହଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ଜୈନ ଯୋଗ ଦେଇଥିଲେ। ଜନଶୁଣାଣୀ ଶିବିରରେ ମୋଟ ୮୯ ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୬୩ ଟି ବ୍ୟକ୍ତିଗତ ଓ ୨୬ ଟି ଗ୍ରମ୍ୟଭିତିକ ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ,ତାଳଚେର ଉପ-ଜିଲ୍ଲାପାଳ ସମୀର କୁମାର ଜେନା, ଜିଲ୍ଲା ଶିକ୍ଷାଅଧିକାରୀ ନିରଞ୍ଜନ ସାହୁ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ଅନ୍ତଯ୍ୟାମି ମିଶ୍ର,କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବଦତ୍ତ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ  ଦିଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀମତୀ ସ୍ମିତା ନାୟକ,ମୁଖ୍ୟ ଜିଲ୍ଲା କୃଷିଅଧିକାରୀ ଉମାଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ର ଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ଜମିହରା ପ୍ରଜା ଙ୍କ ନିଯୁକ୍ତି ଥଇଥାନ ସମ୍ବଧୀୟ ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Recent Comments

Leave Comments

Top