logo
add image
ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ,ସୁବର୍ଣ୍ଣପୁରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର:୬୨ ଗୋଟି ଆପତ୍ତି ଅଭିଯୋଗ ଦରଖାସ୍ତ ଗ୍ରହଣ

ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ,ସୁବର୍ଣ୍ଣପୁରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର:୬୨ ଗୋଟି ଆପତ୍ତି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର,୨୪/୦୨(ଆଧାର ମିଡ଼ିଆ)ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୬୨ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୧ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୧୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୩ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ଶୁଣାଣି ସମୟ ମଧ୍ୟରେ ଫଏସଲା ହୋଇଥିଲା।ସେହିପରି ସି ଏମ ରିଲିଫ ଫଣ୍ଡରୁ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଅବଶିଷ୍ଟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତରଭା,ଶ୍ରୀ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର,ସମେତ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ପ୍ରଦୀପ କୁମାର ଗୁରୁ,ଜିଲ୍ଲା ମଙ୍ଗଲ ଅଧିକାରୀ,ଅଚ୍ୟୁତନନ୍ଦ ସିଂ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ,ଉପପ୍ରାନ୍ତୀୟ ଶ୍ରମ ଆୟୁକ୍ତ ଡିଲେଶ୍ୱର ଖାକା,ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଇଂ ଅଶୋକ କୁମାର ମିଶ୍ର, ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,ଶ୍ରୀ ଅଶ୍ୱିନୀ କୁମାର ଭୋଇ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ,ଡିଏସଡବ୍ଲୁ ପ୍ରୋଗ୍ରାମ ଅଧିକାରୀ ଅନିତା ଗୁରୁ,ନିର୍ବାହୀ ଯନ୍ତ୍ରୀ ଓ ଏଲ ଆଇ ସି ଇଂ ରବୀନ୍ଦ୍ର କୁମାର ମାଝୀ,ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ଲକ୍ଷ୍ମୀକାନ୍ତ ମଲ୍ଲିକ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Recent Comments

Leave Comments

Top