logo
add image
ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡା/ଗୁଣପୁର/୧୦/୦୩/୨୦୨୫/(ଆଧାର ମିଡ଼ିଆ)-ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ  ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ,  ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ୪୦ ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l  ବିଶେଷ କରି ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ବିଦ୍ୟୁତ ଯୋଗାଣ, ପିଡ଼ିଏସ ଯୋଗାଣ ଆଦି ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା  । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଜିଲ୍ଲା ଯୋଗାଣ ଅଧିକାରୀ, ଅବକାରୀ ଅଧିକ୍ଷକ, ଜିଲ୍ଲା କ୍ରୀଡା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ପରିବହନ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ, ଜିଲ୍ଲା କର୍ମ ନିୟୋଜନ ତଥା ଦକ୍ଷତା ବିକାଶ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଜଳ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ତହସିଲଦାର, ଗୁଣପୁର, ନିର୍ବାହୀ ଅଧିକାରୀ ପୋୖର ସଂସ୍ଥା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ଅଭିଯୋଗ ଶୁଣାଣି ଶିବିରକୁ ଗ୍ରୀଭାନ୍ସ ଅଧିକାରୀ ସସ୍ମିତା ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ବିପିନ ଚନ୍ଦ୍ର ନାୟକ, ଅଜୟ ଶବର, ବିନୋଦ ଶବର, ବିକ୍ରମ ସାହୁ, ତପନ ରଥ, ଯସ୍ମୀନ ଭୂୟାଁ ପ୍ରମୁଖ ପରିଚାଳନା କରିଥିଲେ

Recent Comments

Leave Comments

Top