ପୁରୀ/ ୧୮/୩/୨୦୨୫/)ଆଧାର ମିଡ଼ିଆ) ଆଜି ସ୍ବର୍ଗଦ୍ବାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ପ୍ରଧାନଙ୍କ ବଡପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିବା ବେଳେ ସାନପୁଅ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।ପରିବାରର ଅନ୍ୟ ସଦସ୍ୟ ମାନେ ମଧ୍ୟଶେଷକୃତ୍ୟରେ ଉପସ୍ଥିତ ଥିଲେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା,ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ, ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା,ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର,ପୁରୀ ସାଂସଦ ଡା ସମ୍ବିତ ପାତ୍ର, ଢେଙ୍କାନାଳ ସାଂସଦ ରୁଦ୍ରପାଣି, ଯୋଗଗୁରୁ ବାବା ରାମଦେବ,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ଅନ୍ୟାନ୍ୟ ସାଂସଦ, ବିଧାୟକ,ଅନ୍ୟ ରାଜ୍ୟରୁ ଆସିଥିବା ଲୋକ ପ୍ରତିନିଧି ବୃନ୍ଦ,ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ,ଜିଲ୍ଲା ପରିଷଦ ସଭାପତି ସ୍ୱପ୍ନାରାଣୀ ସ୍ବାଇଁ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡା ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ପିକେଡିଏର ସଚିବ ଦିଲ୍ଲୀପ କୁମାର ପାଣିଗ୍ରାହୀ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧଵ ମାଝୀ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Recent Comments