logo
add image
ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ :

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ :

ସୁବର୍ଣ୍ଣପୁର/୩୦/୦୩/୨୫/(ଆଧାର ମିଡ଼ିଆ )-ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀ ରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାର ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ତୀର୍ଥ ଯାତ୍ରୀବସକୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି ଲ
ଏହି ଅବସରରେ  ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ଗୋଛି, ଆସିଷ୍ଟାଣ୍ଟ କଲେକ୍ଟର ଚିତ୍ତରଞ୍ଜନ ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର କୃଷ୍ଣ ମୋହନ ସିଂହ, ତପସ୍ୱିନୀ ଶତପଥି, ସତ୍ୟବ୍ରତ ସାହୁ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ,ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଶାଖା ଅଧିକାରୀ,କର୍ମଚାରୀ, ଜିଲ୍ଲା ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ସଫଳ ତୀର୍ଥ ଭ୍ରମଣ ପୂର୍ବକ ଆଧ୍ୟାତ୍ମିକ ଦିବ୍ୟ ଦର୍ଶନର ଅନୁଭବ ନିମନ୍ତେ ଶୁଭକାମନା କରି ଉତ୍ସାହିତ କରିଥିଲେ l
ଜିଲ୍ଲା ପ୍ରଶାସନ ତରଫରୁ ପି ଇ ଓ କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ ଓ ସୁଶୀଲ କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ୨ଟି ବସ ଆଜି ସନ୍ଧ୍ୟାରେ ସମ୍ବଲପୁରରେ ପହଂଚି ପାନ୍ଥନିବାସରେ ରାତ୍ରୀ ରହଣି କରିବ  l ଆସନ୍ତା କାଲି ତା ୨୯/୦୩/୨୫ ପୂର୍ବାହ୍ନ ୧୧ ଘଣ୍ଟାରେ  ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ  ସୁବର୍ଣ୍ଣପୁର ଜିଲ୍ଲାର ୩୪ ଜଣ ପୁରୁଷ  ଓ ୧୮ ଜଣ ମହିଳା ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସହ ପଡୋଶୀ ୭ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ବାରଣାସୀ -ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l

Recent Comments

Leave Comments

Top