logo
add image
ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :ଅଧିକାରୀ ବେଶି ଅଭିଯୋଗ କମ୍

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :ଅଧିକାରୀ ବେଶି ଅଭିଯୋଗ କମ୍

ବିନିକା,୧୩/୫(ଆଧାର ମିଡ଼ିଆ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସଭାଗୃହରେ ଜିଲ୍ଳା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ଜନସୁଣାଣିରେ ଅଧିକାରୀ ବେଶି ଅଭିଯୋଗ କମ ହୋଇଥିଲା ଅତିରିକ୍ତ ଜିଲ୍ଲାପାଳ  ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୩ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୨ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସୋନପୁର ସୌମ୍ୟାରୁପା ରଥ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ଗୁରୁ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ,ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା,ବିନିକା ଜଙ୍ଗଳବିଭାଗ ରେଞ୍ଜର ଡ଼ମ୍ବରୁଧର ପଧାନ,ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ,ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।

Recent Comments

Leave Comments

Top