ପଦ୍ମପୁର/୮/୭/୨୦୧୫/ (ଆଧାର ମିଡିଆ//ଡିଲେଶ୍ୱର ବାଗ): ସ୍ଥାନୀୟ ପି ଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବିଦ୍ୟାଳୟ ସ୍ତରୀୟ ବନ ମହୋତ୍ସବ ପାଳିତ ହୋଇସାରିଛି। ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିରାଳମ୍ବ ପଟେଲ ଓ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ କର କମଳରେ ବିଦ୍ୟାଳୟ ବଗିଚାରେ ବୃକ୍ଷରୋପଣ କରାଗଲା । ବନ ମହୋତ୍ସବ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।
ମୁଖ୍ୟ ଅତିଥି ଶ୍ରୀଯୁକ୍ତ ନିରାଳମ୍ବ ପଟେଲ ,ମାନସ ରଞ୍ଜନ ଶତପଥୀ ତଥା ସଭାପତି ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ବନ ମହୋତ୍ସବର ଉଦ୍ଧେଶ୍ୟ ଓ ଆବଶ୍ୟକତା ବିଷୟରେ ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ ।ବିଦ୍ୟାଳୟର ପୂଜାରାଣୀ ନାୟକ, ରବୀନା ପଧାନ, ସଂଯୁକ୍ତା ଭୋଇ , ମନୀଷା ଭୋଇ , ବୃନ୍ଦାବତୀ ସାହୁ , ଖୁସବୁ ବରିହା , ଜ୍ୟୋତିରେଖା ମହାନନ୍ଦ ,ଅମନ୍ କୁମାର ପଣ୍ଡା,ପ୍ରଭାତୀ ପଟ୍ଟନାୟକ,ନିଳୀମା ରାଣୀ ମହାନ୍ତି,ସୁଷମା ଦାଶ,ଦୁଷ୍ମନ୍ତ ଛତର,ପ୍ରଭାସିନୀ ସାହୁ ଉକ୍ତ କାର୍ଯ୍ୟକୁ ସଫଳ କରିବାରେ ସହଯୋଗ କରିଥିଲେ ।
Recent Comments