ବାଲିଗୁଡା/୦୪/୦୮/୨୦୨୫/(ଆଧାର ମିଡ଼ିଆ//ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ତୃତୀୟ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ କ୍ରୀଡ଼ାବିତ ଟି.ହରିଶ୍ଚନ୍ଦ୍ର ରାଓ, ପ୍ରକାଶ ଚନ୍ଦ୍ର ନାୟକ ଓ ସେକ ଖୁରସିଦ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ .
ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼.ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ,ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ତୃତୀୟ ଦିନର ଖେଳରେ ଟି.କେ.ପି.ଟିମ ସହ ବାରଖମା ଦଳର ବହୁ ସଙ୍ଘର୍ଷମୟ ଖେଳରେ ୩-୦ ଗୋଲରେ ଟି.କେ.ପି.ଟିମ ବିଜୟୀ ହୋଇଥିଲେ l ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତାଙ୍କୁ ପ୍ୟାରେଡ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l
Recent Comments