logo
add image
ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ସୁବର୍ଣ୍ଣପୁର/୦୪/୦୮/୨୫/(ଆଧାର ମିଡ଼ିଆ)- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୫ ( ପଇଁତିରିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୮ ( ଅଠେଇଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୭ ( ସାତ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୨ (ଦୁଇ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା।
ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ସୋନପୁର,  ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ -ଜିଲ୍ଲାପାଳ, ସୋନପୁର,ଶ୍ରୀମତି ସୋମ୍ୟାରୁପା ରଥଙ୍କ ସମେତ ତହସିଲଦାର, ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Recent Comments

Leave Comments

Top