ବାଲିଗୁଡା/୦୫/୦୮/୨୦୨୫/(ଆଧାର ମିଡ଼ିଆ//ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଚତୁର୍ଥ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ କ୍ରୀଡ଼ାବିତ କାଳିନ୍ଦୀ ଚରଣ ପଣ୍ଡା ଓ ସୁଧୀର କୁମାର ଦୀପ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ.
ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ,ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ଚତୁର୍ଥ ଦିନର ଖେଳରେ ସି ଏସ କ୍ଲବ ସହ ମା ଦୁର୍ଗା କ୍ଲବ ଦଳର ବହୁ ସଙ୍ଘର୍ଷ ମୟ ଖେଳରେ ୨-୦ ଗୋଲରେ ସି ଏସ କ୍ଲବ ବିଜୟୀ ହୋଇଥିଲେ l ଏହି ଖେଳରେ ବାବୁଭାଇ, ତ୍ରିନାଥ ମଳିକ,ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତାଙ୍କୁ ପ୍ୟାରେଡ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l
Recent Comments