ବାଲିଗୁଡା/୧୦/୦୮/୨୦୨୫/:(ଆଧାର ମିଡ଼ିଆ//ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡାସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ନବମ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ କ୍ରୀଡ଼ାବିତ ଶ୍ୟାମ ସୁନ୍ଦର ବିନ୍ଧାଣି, ନିରାକାର ବିଷୋୟୀ ଓ ପ୍ରକାଶଚନ୍ଦ୍ର ସାହୁ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ ,
ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ନବମ ଦିନର ଖେଳରେ ମା' ପିତାବଳୀ ଯୁବକ ସଂଘ ସହ ଢୁପା ଏଫ ସି ଦଳର ବହୁ ସଙ୍ଘର୍ଷମୟ ଖେଳରେ ୪-୧ ଗୋଲରେ ଢୁପା ଏଫସି ଦଳ ଦିଜୟୀ ହୋଇ ଫାଇନାଲକୁ ଉନ୍ନୀତ ହୋଇଥିଲେ l ଏହି ଖେଳରେ ବାବୁଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତାଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି
Recent Comments