logo
add image
ବ୍ଲକସ୍ତରୀୟ  ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ସୁବର୍ଣ୍ଣପୁର/୨୫/୦୮/୨୫/:(ଆଧାର ମିଡ଼ିଆ )-ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ଦୁର୍ଜନତୈଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ.ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫୦ ( ଏକଶହ ପଚାଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୨୩ ( ଏକଶହ ତେଇଶି ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୭ ( ସତେଇଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୧୦( ଦଶ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
ବିଡ଼ିଓ, ବୀରମହାରାଜପୁର,ଶ୍ରୀ ପୁରୁଷୋତ୍ତମ ଧାରୁଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ, ସୁବର୍ଣ୍ଣପୁର,ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣ ପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର,ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେରଙ୍କ ସମେତ ତହସିଲଦାର, ବୀରମହାରାଜପୁର ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଅଧିକାରୀ ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Recent Comments

Leave Comments

Top