logo
add image
ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି/୦୮/୦୯/୨୫/(ଆଧାର ମିଡ଼ିଆ )-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସମଲେଇଚୁଆଁ ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର,ଡ.ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୩୧ ( ଏକ ଶହ ଏକତିରିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୦୨ ( ଏକଶହ ଦୁଇ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୪ (ଚବିଶ) ଗୋଟି ସାମୁହିକ ଦରଖାସ୍ତ ଓ ୫ (ପାଞ୍ଚ) ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା।
ତନ୍ମଧ୍ୟରୁ ୭ (ସାତ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ଡୁଙ୍ଗୁରିପାଲି ଶ୍ରୀ ଦିଲୀପ କୁମାର ବାଡ଼ାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ  ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀମତି ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର,ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ କର୍ମଚାରୀ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସମଲେଇଛୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମାଲେଇଚୁଆଁ ଗ୍ରାମର ଜଣେ ଭିନ୍ନକ୍ଷମ ବ୍ୟକ୍ତି ଶ୍ରୀ ବ୍ୟାସଦେବ ଖମାରୀଙ୍କୁ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ଼. ନୃପରାଜ ସାହୁଙ୍କ ଦ୍ଵାରା ଏକ ହ୍ବିଲଚେୟାର ପ୍ରଦାନ କରାଯାଇ ଥିଲା। ସମଲେଇଛୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେହେରମଲ୍ ଗ୍ରାମର ଦିଲୀପ ପଧାନ ଓ ପଣ୍ଡକିଟାଲ ନାଇକେନପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୈରଗୀମୁଣ୍ଡା ଗ୍ରାମର ସୋହିନୀ ସାହୁଙ୍କୁ ଯଥାକ୍ରମେ ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଜିଲ୍ଲାପାଳ ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।

Recent Comments

Leave Comments

Top